ଗୀତସଂହିତା 145

ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ।

Psalm 145:8 (UKJV) The LORD is gracious, and full of compassion; slow to anger, and of great mercy.

6ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି।

7ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ।

8ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ।

9ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।

10ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍‍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.