7ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ।
8ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ।
9ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।
10ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;
11ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି,