9ଚକ୍ଷୁର ତାରା ପରି ମୋତେ ରଖ, ଆପଣା ପକ୍ଷର ଛାୟା ତଳେ ମୋତେ ଲୁଚାଅ।
10ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି।
11ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍ କରିବାକୁ ଚାହିଁ ରହିଥାʼନ୍ତି।
12ସେ ଶିକାର ଗ୍ରାସ କରିବାକୁ ଉଦ୍ୟତ ସିଂହ ତୁଲ୍ୟ ଓ ଗୁପ୍ତ ସ୍ଥାନରେ ଛକି ରହିବା ଯୁବା ସିଂହ ସଦୃଶ ଅଟେ।
13ହେ ସଦାପ୍ରଭୋ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ୍ଗ ଦ୍ୱାରା ଦୁଷ୍ଟମାନଙ୍କଠାରୁ ମୋʼ ପ୍ରାଣକୁ ଉଦ୍ଧାର କର;