13ହେ ସଦାପ୍ରଭୋ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ୍ଗ ଦ୍ୱାରା ଦୁଷ୍ଟମାନଙ୍କଠାରୁ ମୋʼ ପ୍ରାଣକୁ ଉଦ୍ଧାର କର;
14ହେ ସଦାପ୍ରଭୋ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହ-ଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯାʼନ୍ତି।
15ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।