ଗୀତସଂହିତା 17

ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ୱାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି।

Psalm 17:4 (UKJV) Concerning the works of men, by the word of your lips I have kept me from the paths of the destroyer.

2ତୁମ୍ଭ ଛାମୁରୁ ମୋʼ ବିଚାରର ନିଷ୍ପତ୍ତି ଆସୁ; ତୁମ୍ଭର ଚକ୍ଷୁ ନ୍ୟାଯ୍ୟ ବିଷୟ ନିରୀକ୍ଷଣ କରୁ।

3ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି।

4ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ୱାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି।

5ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସି ଯାଇ ନାହିଁ।

6ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ ମୋତେ ଉତ୍ତର ଦେବ; ମୋʼ ପ୍ରତି କର୍ଣ୍ଣ ଡେର ଓ ମୋʼ ର କଥା ଶୁଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.