ଗୀତସଂହିତା 19

ଆକାଶମଣ୍ଡଳ ପରମେଶ୍ୱରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ।

Psalm 19:1 (UKJV) The heavens declare the glory of God; and the firmament shows his handiwork.

1ଆକାଶମଣ୍ଡଳ ପରମେଶ୍ୱରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ।

2ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ।

3କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.