10ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।
11ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ।
12ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।
13ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି।
14ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।