ଗୀତସଂହିତା 2

“ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉ ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରିଦେଉ।”

Psalm 2:3 (UKJV) Let us break their bands asunder, and cast away their cords from us.

1ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ବୃଥାରେ ଷଡ଼ଯନ୍ତ୍ର କରନ୍ତି?

2ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,

3“ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉ ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରିଦେଉ।”

4ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ।

5ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.