3“ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉ ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରିଦେଉ।”
4ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ।
5ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ;
6“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।”
7ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।