ଗୀତସଂହିତା 20

ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ, ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ;

Psalm 20:2 (UKJV) Send you help from the sanctuary, and strengthen you out of Zion;

1ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ;

2ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ, ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ;

3ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; [ସେଲା]

4ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.