ଗୀତସଂହିତା 20

ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତଙ୍କୁ ଉଦ୍ଧାର କରନ୍ତି, ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ।

Psalm 20:6 (UKJV) Now know I that the LORD saves his anointed; he will hear him from his holy heaven with the saving strength of his right hand.

4ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ।

5ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ।

6ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତଙ୍କୁ ଉଦ୍ଧାର କରନ୍ତି, ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ।

7କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।

8ସେମାନେ ନତ ହୋଇ ପତିତ ହୋଇଅଛନ୍ତି; ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.