1ହେ ସଦାପ୍ରଭୋ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ!
2ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, ଓ ତାଙ୍କ ମୁଖର ନିବେଦନ ଅସ୍ୱୀକାର କରି ନାହଁ। [ସେଲା]
3କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର ସମ୍ମୁଖବର୍ତ୍ତୀ ହେଉଅଛ; ତୁମ୍ଭେ ତାଙ୍କ ମସ୍ତକରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଦେଉଅଛ।