ଗୀତସଂହିତା 21

ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ ଓ ଲୋକମାନଙ୍କ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ।

Psalm 21:10 (UKJV) Their fruit shall you destroy from the earth, and their seed from among the children of men.

8ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ।

9ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟି ତୁଲ୍ୟ କରିବ। ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ, ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ।

10ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ ଓ ଲୋକମାନଙ୍କ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ।

11କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରିପାରନ୍ତି ନାହିଁ।

12ତୁମ୍ଭେ ସେମାନଙ୍କର ପୃଷ୍ଠ ଫେରାଇବ, ତୁମ୍ଭେ ସେମାନଙ୍କ ମୁଖ ବିରୁଦ୍ଧରେ ଆପଣା ଧନୁର୍ଗୁଣ ସଜ୍ଜିତ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.