ଗୀତସଂହିତା 21

ତୁମ୍ଭେ ସେମାନଙ୍କର ପୃଷ୍ଠ ଫେରାଇବ, ତୁମ୍ଭେ ସେମାନଙ୍କ ମୁଖ ବିରୁଦ୍ଧରେ ଆପଣା ଧନୁର୍ଗୁଣ ସଜ୍ଜିତ କରିବ।

Psalm 21:12 (UKJV) Therefore shall you make them turn their back, when you shall make ready yours arrows upon your strings against the face of them.

10ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ ଓ ଲୋକମାନଙ୍କ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ।

11କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରିପାରନ୍ତି ନାହିଁ।

12ତୁମ୍ଭେ ସେମାନଙ୍କର ପୃଷ୍ଠ ଫେରାଇବ, ତୁମ୍ଭେ ସେମାନଙ୍କ ମୁଖ ବିରୁଦ୍ଧରେ ଆପଣା ଧନୁର୍ଗୁଣ ସଜ୍ଜିତ କରିବ।

13ହେ ସଦାପ୍ରଭୋ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.