ଗୀତସଂହିତା 22

ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ।

Psalm 22:11 (UKJV) Be not far from me; for trouble is near; for there is none to help.

9ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ।

10ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।

11ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ।

12ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।

13ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋʼ ପ୍ରତି ମୁଖ ମେଲାଇ ଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.