ଗୀତସଂହିତା 22

ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁର ଧୂଳି କି ଆଣିଅଛ।

Psalm 22:15 (UKJV) My strength is dried up like a potsherd; and my tongue cleaves to my jaws; and you have brought me into the dust of death.

13ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋʼ ପ୍ରତି ମୁଖ ମେଲାଇ ଅଛନ୍ତି।

14ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋʼ ଅନ୍ତ୍ର ମଧ୍ୟରେ ତରଳି ଯାଏ।

15ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁର ଧୂଳି କି ଆଣିଅଛ।

16କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।

17ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥାʼନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.