17ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥାʼନ୍ତି।
18ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋʼ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି।
19ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ।
20ଖଡ୍ଗରୁ ମୋʼ ପ୍ରାଣକୁ ଓ କୁକ୍କୁରର ବଳରୁ ମୋହର ଏକମାତ୍ର ଆତ୍ମାକୁ ଉଦ୍ଧାର କର।
21ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ।