ଗୀତସଂହିତା 22

ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ।

Psalm 22:2 (UKJV) O my God, I cry in the day time, but you hear not; and in the night season, and am not silent.

1ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୋତେ ସାହାଯ୍ୟ କରିବାରୁ ଓ ମୋʼ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ?

2ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ।

3ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍‍, ତୁମ୍ଭେ ପବିତ୍ର ଅଟ।

4ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.