ଗୀତସଂହିତା 22

ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସାଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି।

Psalm 22:25 (UKJV) My praise shall be of you in the great congregation: I will pay my vows before them that fear him.

23ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ।

24କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ।

25ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସାଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି।

26ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ।

27ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.