ଗୀତସଂହିତା 24

ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। [ସେଲା]

Psalm 24:6 (UKJV) This is the generation of them that seek him, that seek your face, O Jacob. Selah.

4ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ।

5ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ।

6ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। [ସେଲା]

7ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।

8ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.