12ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ।
13ତାହାର ପ୍ରାଣ କୁଶଳରେ ବାସ କରିବ ଓ ତାହାର ବଂଶ ଦେଶ ଅଧିକାର କରିବେ।
14ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।
15ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି ଥାଏ; କାରଣ ସେ ଜାଲରୁ ମୋହର ଚରଣ ଉଦ୍ଧାର କରିବେ।
16ମୋʼ ପ୍ରତି ଫେର ଓ ମୋʼ ପ୍ରତି ଦୟା କର; କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ।