1ହେ ସଦାପ୍ରଭୋ, ମୁଁ ତୁମ୍ଭ ପ୍ରତି ଆପଣା ମନ ଉଠାଏ।
2ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋʼ ଉପରେ ଉଲ୍ଲାସ ନ କରନ୍ତୁ।
3ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ।
4ହେ ସଦାପ୍ରଭୋ, ତୁମ୍ଭର ପଥସବୁ ମୋତେ ଦେଖାଅ; ତୁମ୍ଭର ମାର୍ଗସବୁ ମୋତେ ଶିଖାଅ।