5ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ୱର ଅଟ; ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ।
6ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ।
7ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।
8ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ।
9ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ।