ଗୀତସଂହିତା 26

ହେ ସଦାପ୍ରଭୋ, ମୋତେ ପରୀକ୍ଷା କରି ପ୍ରମାଣ ନିଅ; ମୋର ମର୍ମ ଓ ଚିତ୍ତ ପରିଷ୍କାର କର।

Psalm 26:2 (UKJV) Examine me, O LORD, and prove me; try my reins and my heart.

1ହେ ସଦାପ୍ରଭୋ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି; ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି।

2ହେ ସଦାପ୍ରଭୋ, ମୋତେ ପରୀକ୍ଷା କରି ପ୍ରମାଣ ନିଅ; ମୋର ମର୍ମ ଓ ଚିତ୍ତ ପରିଷ୍କାର କର।

3କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋʼ ଦୃଷ୍ଟିଗୋଚରରେ ଅଛି; ମୁଁ ତୁମ୍ଭ ସତ୍ୟତାରେ ଆଚରଣ କରିଅଛି।

4ମୁଁ ଅସାର ଲୋକଙ୍କ ସଙ୍ଗେ ବସି ନାହିଁ; କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରିବି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.