ଗୀତସଂହିତା 26

ହେ ସଦାପ୍ରଭୋ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।

Psalm 26:8 (UKJV) LORD, I have loved the habitation of your house, and the place where yours honour dwells.

6ହେ ସଦାପ୍ରଭୋ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି,

7ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି।

8ହେ ସଦାପ୍ରଭୋ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।

9ପାପୀମାନଙ୍କ ସଙ୍ଗେ ମୋʼ ପ୍ରାଣକୁ କିଅବା ରକ୍ତପାତକାରୀ ମନୁଷ୍ୟମାନଙ୍କ ସଙ୍ଗେ ମୋʼ ଜୀବନକୁ ସଂଗ୍ରହ କର ନାହିଁ।

10ସେମାନଙ୍କ ହସ୍ତରେ ଅନିଷ୍ଟ ଥାଏ, ପୁଣି, ସେମାନଙ୍କ ଦକ୍ଷିଣ ହସ୍ତ ଲାଞ୍ଚରେ ପରିପୂର୍ଣ୍ଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.