9ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।
10କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ।
11ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ।
12ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ ମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି।
13ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି।