ଗୀତସଂହିତା 27

ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି।

Psalm 27:3 (UKJV) Though an host should camp against me, my heart shall not fear: though war should rise against me, in this will I be confident.

1ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି?

2ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ।

3ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି।

4ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।

5କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.