ଗୀତସଂହିତା 27

ହେ ସଦାପ୍ରଭୋ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋʼ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ।

Psalm 27:7 (UKJV) Hear, O LORD, when I cry with my voice: have mercy also upon me, and answer me.

5କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ।

6ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।

7ହେ ସଦାପ୍ରଭୋ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋʼ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ।

8ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”

9ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.