7ହେ ସଦାପ୍ରଭୋ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋʼ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ।
8ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”
9ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।
10କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ।
11ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ।