1ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋʼ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋʼ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି।
2ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋʼ ନିବେଦନର ରବ ଶ୍ରବଣ କର।
3ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; ସେମାନେ ସ୍ୱ ସ୍ୱ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ।
4ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ; ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ।
5ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ।