ଗୀତସଂହିତା 28

ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ସେ ମୋʼ ନିବେଦନର ରବ ଶୁଣିଅଛନ୍ତି।

Psalm 28:6 (UKJV) Blessed be the LORD, because he has heard the voice of my supplications.

4ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ; ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ।

5ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ।

6ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ସେ ମୋʼ ନିବେଦନର ରବ ଶୁଣିଅଛନ୍ତି।

7ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋʼ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।

8ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.