1ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି। ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ।
2ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ। [ସେଲା]
3ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ।