ଗୀତସଂହିତା 30

ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ।

Psalm 30:1 (UKJV) I will extol you, O LORD; for you have lifted me up, and have not made my foes to rejoice over me.

1ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ।

2ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି, ତୁମ୍ଭେ ମୋତେ ସୁସ୍ଥ କରିଅଛ।

3ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.