10ହେ ସଦାପ୍ରଭୋ, ଶୁଣ ଓ ମୋʼ ପ୍ରତି ଦୟା କର; ସଦାପ୍ରଭୋ, ତୁମ୍ଭେ ମୋହର ସହାୟ ହୁଅ।
11ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;
12ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି।