ଗୀତସଂହିତା 30

ମୁଁ ଆପଣା ସମୃଦ୍ଧି ସମୟରେ କହିଲି, ମୁଁ କେବେ ବିଚଳିତ ନୋହିବି।

Psalm 30:6 (UKJV) And in my prosperity I said, I shall never be moved.

4ହେ ସଦାପ୍ରଭୁଙ୍କର ସଦ୍‍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ।

5କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।

6ମୁଁ ଆପଣା ସମୃଦ୍ଧି ସମୟରେ କହିଲି, ମୁଁ କେବେ ବିଚଳିତ ନୋହିବି।

7ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି।

8ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.