ଗୀତସଂହିତା 30

ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ?

Psalm 30:9 (UKJV) What profit is there in my blood, when I go down to the pit? Shall the dust praise you? shall it declare your truth?

7ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି।

8ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି।

9ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ?

10ହେ ସଦାପ୍ରଭୋ, ଶୁଣ ଓ ମୋʼ ପ୍ରତି ଦୟା କର; ସଦାପ୍ରଭୋ, ତୁମ୍ଭେ ମୋହର ସହାୟ ହୁଅ।

11ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.