ଗୀତସଂହିତା 31

କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋʼ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି।

Psalm 31:10 (UKJV) For my life is spent with grief, and my years with sighing: my strength fails because of mine iniquity, and my bones are consumed.

8ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ।

9ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି।

10କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋʼ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି।

11ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା ପ୍ରତିବାସୀମାନଙ୍କର ଅତ୍ୟନ୍ତ ନିନ୍ଦାସ୍ପଦ ଓ ଆପଣା ପରିଚିତମାନଙ୍କର ଭୟସ୍ଥଳ ହୋଇଅଛି, ମୋତେ ବାହାରେ ଦେଖିଲା ଲୋକମାନେ ମୋʼ ନିକଟରୁ ପଳାଇଲେ।

12ମୁଁ ମୃତ ଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି; ମୁଁ ଭଗ୍ନ ପାତ୍ର ସଦୃଶ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.