13କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଂକଳ୍ପ କଲେ।
14ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନିଏ; ମୁଁ କହେ, “ତୁମ୍ଭେ ମୋହର ପରମେଶ୍ୱର।”
15ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋʼ ଶତ୍ରୁଗଣ ହସ୍ତରୁ ଓ ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର।
16ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର; ଆପଣା ସ୍ନେହପୂର୍ଣ୍ଣ କରୁଣାରେ ମୋତେ ପରିତ୍ରାଣ କର।
17ହେ ସଦାପ୍ରଭୋ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ।