ଗୀତସଂହିତା 31

ହେ ସଦାପ୍ରଭୋ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ।

Psalm 31:17 (UKJV) Let me not be ashamed, O LORD; for I have called upon you: let the wicked be ashamed, and let them be silent in the grave.

15ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋʼ ଶତ୍ରୁଗଣ ହସ୍ତରୁ ଓ ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର।

16ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର; ଆପଣା ସ୍ନେହପୂର୍ଣ୍ଣ କରୁଣାରେ ମୋତେ ପରିତ୍ରାଣ କର।

17ହେ ସଦାପ୍ରଭୋ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ।

18ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି।

19ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍!

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.