ଗୀତସଂହିତା 31

ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋʼ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି।

Psalm 31:21 (UKJV) Blessed be the LORD: for he has showed me his marvellous kindness in a strong city.

19ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍!

20ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ।

21ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋʼ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି।

22ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋʼ ନିବେଦନର ରବ ଶୁଣିଲ।

23ହେ ସଦାପ୍ରଭୁଙ୍କ ସଦ୍‍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.