ଗୀତସଂହିତା 31

ହେ ସଦାପ୍ରଭୁଙ୍କ ସଦ୍‍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି।

Psalm 31:23 (UKJV) O love the LORD, all you his saints: for the LORD perserves the faithful, and plentifully rewards the proud doer.

21ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋʼ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି।

22ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋʼ ନିବେଦନର ରବ ଶୁଣିଲ।

23ହେ ସଦାପ୍ରଭୁଙ୍କ ସଦ୍‍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି।

24ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.