ଗୀତସଂହିତା 31

କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ।

Psalm 31:3 (UKJV) For you are my rock and my fortress; therefore for your name's sake lead me, and guide me.

1ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର।

2ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋʼ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ।

3କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ।

4ସେମାନେ ଗୋପନରେ ମୋʼ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ।

5ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.