2ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋʼ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ।
3କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ।
4ସେମାନେ ଗୋପନରେ ମୋʼ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ।
5ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।
6ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ।