ଗୀତସଂହିତା 31

ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।

Psalm 31:5 (UKJV) Into yours hand I commit my spirit: you have redeemed me, O LORD God of truth.

3କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ।

4ସେମାନେ ଗୋପନରେ ମୋʼ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ।

5ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।

6ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ।

7ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋʼ ପ୍ରାଣର ତତ୍ତ୍ୱ ନେଇଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.