ଗୀତସଂହିତା 32

ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ।

Psalm 32:2 (UKJV) Blessed is the man unto whom the LORD imputes not iniquity, and in whose spirit there is no guile.

1ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ।

2ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ।

3ମୁଁ ମୌନ ହୋଇଥିବା ବେଳେ ଦିନସାରା ଆର୍ତ୍ତନାଦ କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା।

4କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। [ସେଲା]

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.