ଗୀତସଂହିତା 32

ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍‍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।

Psalm 32:6 (UKJV) For this shall every one that is godly pray unto you in a time when you may be found: surely in the floods of great waters they shall not come nigh unto him.

4କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। [ସେଲା]

5ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା]

6ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍‍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।

7ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [ସେଲା]

8ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.