ଗୀତସଂହିତା 32

ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ।

Psalm 32:9 (UKJV) Be all of you not as the horse, or as the mule, which have no understanding: whose mouth must be held in with bit and bridle, lest they come near unto you.

7ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [ସେଲା]

8ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି।

9ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ।

10ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ।

11ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.