10ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।
11ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।
12ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ?
13ତୁମ୍ଭେ ହିଂସାରୁ ଆପଣା ଜିହ୍ୱା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର।
14ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ।