1ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ।
2ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ।
3ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ।
4ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।