2ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ।
3ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ।
4ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।
5ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ।
6ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ।